ଭୁବନେଶ୍ୱର,୧୬|୦୭(ଡ଼ି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଏବଂ ପୁରୀ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।















