ଭୁବନେଶ୍ୱର,୧୯|୦୭(ଡ଼ି.ଏଚ ବ୍ୟୁରୋ):-ରାଜ୍ୟର କେତେକ ଜିଲ୍ଲାରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ନୂଆପଡ଼ାର କିଛି ସ୍ଥାନରେ ଅଧିକ ବର୍ଷା ହେବାର ଆଶଙ୍କା ଥିବାବେଳେ ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶାରେ ପାଗ ପ୍ରାୟତଃ ଶୁଖିଲା ରହିପାରେ ବୋଲି ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।

















