ଭୁବନେଶ୍ୱର,୦୭/୦୮(ଡ଼ି.ଏଚ ବ୍ୟୁରୋ):-ପୁଣି ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ହେବା ସହ ଉପକୂଳ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ଭୀଷଣ ବର୍ଷା ହୋଇପାରେ। ଫଳରେ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂଜାରି କରାଯାଇଛି।

















