ଭୁବନେଶ୍ୱର,୦୯।୦୮(ଡ଼ି.ଏଚ ବ୍ୟୁରୋ):-ଘରେ ଘରେ ତ୍ରିରଙ୍ଗା ଅଭିଯାନ । ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆଜିଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତରରେ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ବହୁ ଆଡ଼ମ୍ବର ସହକାରେ ପାଳନ କରାଯିବ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ରାଶି ପ୍ରଦାନ କରାଯାଇଛି ।














