ଭୁବନେଶ୍ୱର,୦୯।୦୮(ଡ଼ି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ। ଏବଂ ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର ଏହି ୪ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡା ଓ ବଲାଙ୍ଗୀର ଏହି୧୯ଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।















