ଭୁବନେଶ୍ୱର,୧୨।୦୮(ଡ଼ି.ଏଚ ବ୍ୟୁରୋ):-ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିବl ସହ ବିଭିନ୍ନ ଅଞ୍ଚଳରେ ୫-୬ ଦିନ ଧରି ବର୍ଷା ଲାଗି ରହିବ । ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଛି ।ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।















