ADVERTISEMENT
Home ଆଞ୍ଚଳିକ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି ।

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି ।

3
ADVERTISEMENT

ଭୁବନେଶ୍ୱର,୩୧/୮(ଡ଼ି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ଆଗକୁ ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏନେଇ ବରଗଡ଼ ଜିଲ୍ଲାପାଳଙ୍କ ପକ୍ଷରୁ ସରକାରୀ ନିର୍ଦ୍ଦେଶନାମା ଜାରି ସହ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଏବଂ ଭାରୀ ବର୍ଷା କୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବରଗଡ଼ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।

Advertisement