ପୁରୀ,୦୮।୦୯(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ପିପିଲି ତହସିଲର ରାଜସ୍ୱ ଅଧିକାରୀ କଲ୍ୟାଣୀ ଜେନା ଓ ସହକାରୀ ରାଜସ୍ବ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବେହେରା। ସେମାନେ ଚାଷ ଜମିକୁ ଘରବାଡ଼ି କିସମରେ ପରିବର୍ତ୍ତନ କରିବା ପାଇଁ ଜଣେ ଆବେଦନକାରୀଙ୍କ ଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି l ଏବଂ ସେମାନଙ୍କଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ କରାଯାଇଛି।




















