ଭୁବନେଶ୍ୱର,୨୧/୦୯(ଡ଼ି.ଏଚ ବ୍ୟୁରୋ):- ଉତ୍ତର ପୂର୍ବ ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇ ଆସନ୍ତାକାଲି ଗଭୀର ଅବପାତର ରୂପ ନେବ । ଏହା ପୁଣି ୨୩ ତାରିଖ ସକାଳେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ମୁହାଁଇ,ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ । ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ପାଞ୍ଚ ଦିନ ଯାଏ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି।














