ଭୁବନେଶ୍ୱର,୨୯।୦୯(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସମ୍ବଲପୁର ଫ୍ୟାକ୍ଟ୍ରି ଓ ବଏଲର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟ l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ମୋଟ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି ଭିଜିଲାନ୍ସ । ସେହିପରି ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ସହକାରୀ ଯନ୍ତ୍ରୀ ବନ୍ଦିତା ଦାଶ । ସେ ଜଣେ ଠିକାଦାରଙ୍କଠାରୁ ୩୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ତାଙ୍କଠାରୁ ଲାଞ୍ଚ ବାବଦରେ ସେ ନେଇଥିବା ନଗଦ ଟଙ୍କା ଜବତ କରାଯାଇଥିବା ବେଳେ ତାଙ୍କ ବ୍ୟକ୍ତିଗତ ସହାୟକଙ୍କୁ ମଧ୍ୟ ଭିଜିଲାନ୍ସ ଅଟକ ରଖିଛି ।















