ଭୁବନେଶ୍ୱର,୧୦।୧୦(ଡ଼ି.ଏଚ ବ୍ୟୁରୋ):-ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୪ ଓ ୧୫ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବୌଦ୍ଧ, ମୟୂରଭଞ୍ଜ, ସୁବର୍ଣ୍ଣପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମଧରଣର ବର୍ଷା ସମ୍ଭାବନା ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।


















