Tuesday, September 8, 2026
ADVERTISEMENT
Home ମୁଖ୍ୟ ଖବର କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡିରୁ ଦେଇଛନ୍ତି ଇସ୍ତଫା

କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡିରୁ ଦେଇଛନ୍ତି ଇସ୍ତଫା

426
ADVERTISEMENT

ଭୁବନେଶ୍ୱର,(ଦୁନିଆ ହାଲ୍ ଚାଲ୍): ପୁଣି ଜଣେ ବିଜେଡିର ବରିଷ୍ଠ ନେତା ଦଳ ଛାଡ଼ିଛନ୍ତି। ଆଜି କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଯୋଜନା ବୋର୍ଡର ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି। ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରବି ମଲ୍ଲିକ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିବା ଜଣାଯାଇଛି।ରବି ମଲ୍ଲିକ ୨୦୦୯ରୁ ୨୦୧୪ଯାଏଁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କ ପ୍ରତି ଅବିଚାର ହୋଇଥିବା ଦର୍ଶାଇ ଇସ୍ତଫା ଦେଇଛନ୍ତି।

Advertisement