ଗୁରୁଦିବସ ଅବସରରେ ୪୬ଜଣ ଶିକ୍ଷକଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି

398
ADVERTISEMENT

ନୂଆଦିଲ୍ଲୀ,o୫/o୯(ରବି ଦାସ ) : ଶିକ୍ଷାର ମାନ, ଅଭିନବୀକରଣ ଓ ରୋଚକ କରିଥିବା ଦେଶର ୪୬ ଜଣ ଶିକ୍ଷକଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରୀୟ ସମ୍ମାନରେ ସମ୍ମାନୀତ କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ଶିକ୍ଷକମାନଙ୍କୁ ପୁରସ୍କୃତ କରାଯାଇଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଉତ୍କୃଷ୍ଟ ଶିକ୍ଷା ପ୍ରଦାନ କରିଥିବା ଏହି ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରାଯାଇଛି ।

Advertisement