ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

276
ADVERTISEMENT

ଢେଙ୍କାନାଳ,o୮/o୯(ଏଜେନସି) : ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା ବିତି ଯାଇଥିବାବେଳେ ୪ ନିଖୋଜଙ୍କ ପତ୍ତା ମିଳୁନାହିଁ। ଓଡ୍ରାଫ୍‌ ଟିମ୍‌, ଅଗ୍ନିଶମ ସେବା କର୍ମଚାରୀ ମିଳିତ ଭାବେ ନଦୀର ଉଭୟ ପାର୍ଶ୍ୱରେ ତଲାସି ଅଭିଯାନ ଚଳାଇଛନ୍ତି। ରବିବାର ସକାଳୁ ରୋଡ୍‌ଘାଟଠାରୁ କମଗରା ଏବଂ ନଦୀ ଅପରପାର୍ଶ୍ୱରେ ଥିବା ଖଡଗପ୍ରସାଦ ଘାଟଠାରୁ କମଗରା ଯାଏ ଖୋଜାଖୋଜି କରାଯାଇଥିଲେ ମଧ୍ୟ ଅପରାହ୍ନ ୨ଟା ସୁଦ୍ଧା ନିଖୋଜଙ୍କ ସନ୍ଧାନ ମିଳିପାରିନାହିଁ। କାମାକ୍ଷାନଗର ଉପଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ତହସିଲଦାର ଜୟନ୍ତ କୁମାର ଜୟସିଂ, ବିଡିଓ ବସନ୍ତ କୁମାର ମଲ୍ଲିକ, ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌ ପ୍ରମୁଖ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି।

Advertisement