Monday, September 21, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟର ୧୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ରାଜ୍ୟର ୧୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

425
ADVERTISEMENT

ଭୁବନେଶ୍ୱର, ୧୪/୬(ଡ଼ି.ଏଚ.ବି): ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୨ଟା ଯାଏ ୧୪ଟି ଜିଲ୍ଲାର ଅଧିବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ଗଞ୍ଜାମ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି,ସମ୍ବଲପୁର, ସୋନପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ,ଗଜପତି, ରାୟଗଡ଼ା ଓ ନୟାଗଡ଼।

Advertisement