ବ୍ରହ୍ମପୁର,୨୮/୯(ଡି.ଏଚ): ଭାରତର ମାନନୀୟ ରାଷ୍ଟ୍ରପତି ତଥା ଭାରତୀୟ ସଶସ୍ତ୍ର ସେନାବାହିନୀର ସର୍ବୋଚ୍ଚ କମାଣ୍ଡର ଶ୍ରୀ ରାମନାଥ କୋବିନ୍ଦ 28 ସେପ୍ଟେମ୍ବର 2019 ରେ ଗୋପାଳପୁର ଷ୍ଟେସନ ଠାରେ ବାୟୁସେନା ପ୍ରତିରକ୍ଷା ବାହୀନିଙ୍କୁ ରାଷ୍ଟ୍ରପତି କଲର୍ସ ସମ୍ମାନରେ ସଂମ୍ମନିତ କରିଛନ୍ତି । ସ୍ୱାଧୀନ ବାହିନୀ ଭାବେ 25 ବର୍ଷର ଉଲେଖନିୟ ସେବା ଲାଗି ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆର୍ମୀ ଏଡି କେନ୍ଦ୍ର ର ଲେଫଟନାଣ୍ଟ ବିବେକ ବିଜୟ ମୋରେ ସେନା ବାୟୁ ପ୍ରତିରକ୍ଷା ବାହିନୀ ପକ୍ଷରୁ ରାଷ୍ଟ୍ରପତିଙ୍କ ଠାରୁ କଲର୍ସ ସମ୍ମାନ ଗ୍ରହଣ କରିଛନ୍ତି ।

ଭାରତୀୟ ସ୍ଥଳ ସେନାର ଗୌରବପୂର୍ଣ୍ଣ ସମ୍ମାନ ମଧ୍ୟରେ ପ୍ରେସିଡେଣ୍ଟ କଲର୍ସ ଆୱାର୍ଡ ହେଉଛି ସର୍ବୋଚ୍ଚ ସମ୍ମାନ । ଯୁଦ୍ଧ ଏବଂ ଶାନ୍ତି ପ୍ରକ୍ରିୟାରେ ସେନାବାହିନିର ପ୍ରଦର୍ଶନ ଏବଂ ଉପଲବ୍ଧି ଆଧାରରେ ରାଷ୍ଟ୍ରପତି କଲର୍ସ ଆୱାର୍ଡ ପ୍ରଦାନ କରାଯିବା ଲାଗି ସୈନ୍ୟ ବାହିନୀର ଚୟନ କରାଯାଇଥାଏ । ଦ୍ୱିତିୟ ବିଶ୍ୱଯୁଦ୍ଧ ସମୟରେ ସେନା ବାୟୁ ପ୍ରତିରକ୍ଷାର ବହୁ ସୈନ୍ୟ ଦଳ ବିଭିନ୍ନ ସୈନ୍ୟ ଅଭିଯାନରେ ଭାଗ ନେଇଥିଲେ । ଏଥି ମଧ୍ୟରେ ବର୍ମା ଅଭିଯାନ, ଇମ୍ଫାଲ କହିମା ଘେରାବନ୍ଦୀ , ରେଙ୍ଗୁନ ପୁନଃଦଖଲ,ଆରାକାନ ମାୟିତକିୟୀନା , ହଂକଂ ,ସିଂଘାପୁର,ମାଲୟା,ବାହାରିନ,ଇରାକ ଏବଂ ପାରସ୍ୟ ସୈନ୍ୟ ଅଭିଯାନ ସାମିଲ । ଏଥିପାଇଁ ବହୁ ବୀରତ୍ୱ ସମ୍ମାନ ମଧ୍ୟ ମିଳିଛି ।ଏସବୁ ସମ୍ମାନ ମଧ୍ୟରେ 4ଟି ମିଲିଟାରୀ କ୍ରସ, ବ୍ରିଟିଶ ସାମ୍ରାଜ୍ୟର ଏକ ପଦକ ,7ଟି ବିଶିଷ୍ଟ ସେବା ପଦକ ଏବଂ ବ୍ରିଟିଶ ସାମ୍ରାଜ୍ୟର ଦୁଇଟି ସମ୍ମାନ ପତ୍ର ସାମିଲ ରହିଛି । ସେନା ବାୟୁ ପ୍ରତିରକ୍ଷା ବାହିନୀ 1940ପରଠାରୁ ଆର୍ଟିଲାରିର ଏକ ଅଂଶ ବିଶେଷ ରୂପେ କାର୍ଯ୍ୟକରି ଆସୁଛି । ଏହାକୁ 1994ରେ ଏକ ସ୍ୱତନ୍ତ୍ର ଶସସ୍ତ୍ର ସୈନ୍ୟ ବାହିନୀ ଭାବେ ମାନ୍ୟତା ମିଳିଥିଲା । ସେନା ବାୟୁ ପ୍ରତିରକ୍ଷା ବାହିନୀକୁ 2ଟି ଅଶୋକ ଚକ୍ର, 2ଟି କୀର୍ତି ଚକ୍ର, 20ଟି ବୀର ଚକ୍ର, 9ଟି ସୌର୍ଯ୍ୟ ଚକ୍ର, 113ଟି ସେନା ପଦକ, ଏବଂ 55ଟି ମ୍ୟାନସନ ଇନ ଡେସପେଚ ସହିତ 1971ର ଭାରତ ପାକିସ୍ଥାନ ଯୁଦ୍ଧ ସମୟରେ 4ଟି ସମ୍ମାନ ଜନକ ଉପାଧିରେ ମଧ୍ୟ ସମ୍ମାନିତ କରାଯାଇଥିଲା । ପୂର୍ବସୂରୀ ମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଉଚ୍ଚ ମାନକକୁ ବଜାୟ ରଖିବା ଲାଗି ଏହା ଯୁବପିଢିଙ୍କୁ ଅନୁପ୍ରାଣିତ କରିଥାଏ । ଯlହାଦ୍ୱାରା ରାଷ୍ଟ୍ରସେବା ସେମାନଙ୍କର ପ୍ରମୁଖ ଲକ୍ଷ ହୋଇ ରହିବ ।

ଏହି ଅବସରରେ ବ୍ରିଗେଡିୟର ରାଜୀବ ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରାଷ୍ଟ୍ରପତିଙ୍କୁ ଏକ ଭବ୍ୟ ପରେଡ ମାଧ୍ୟମରେ ରାଷ୍ଟ୍ରୀୟ ଅଭିବାଦନ ପ୍ରଦାନ କରାଯାଇଥିଲା । ସେନା ବାୟୁ ପ୍ରତିରକ୍ଷା ବାହିନୀର ସୈନିକମାନଙ୍କୁ ସମ୍ମାନ ପ୍ରଦାନ କରାଯିବା ନେଇ ରାଷ୍ଟ୍ରପତି ସନ୍ତୋଷ ବ୍ୟକ୍ତ କରିଥିଲେ । ନିଜ ଅଭିଭାଷଣରେ ରାଷ୍ଟ୍ରପତି ରାଷ୍ଟ୍ରର ଏକତା,ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟ ସଶସ୍ତ୍ର ସେନାବାହିନୀ ଓ ସେନା ବାୟୁ ପ୍ରତିରକ୍ଷା ବାହିନୀର ଗୌରବଶାଳୀ ପରମ୍ପରାକୁ ସ୍ମରଣ କରିଥିଲେ। ଏଥିସହିତ ଉପସ୍ଥିତ ସମସ୍ତ ସେନା ଅଧିକାରୀ ଓ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଓ ସାଧୁବାଦ ଜଣାଇଥିଲେ ।
ଏହି କାର୍ୟ୍ୟକ୍ରମରେ ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥଳସେନା ମୁଖ୍ୟ ତଥା ଚିଫ ଅଫ ଆର୍ମୀ ଷ୍ଟାଫ ଜେନେରାଲ ବିପିନ ରାୱତ, ସେନା ବାୟୁ ପ୍ରତିରକ୍ଷା ବାହିନୀ ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଅଶ୍ୱିନୀ କୁମାରଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

















